Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

11/04/2021 at 7:45 AM

ବାଲିଗୁଡ଼ା ୧୧।୦୪: ବଢୁଛି ସଂକ୍ରମଣ , କଡ଼ାକଡି ହେଉଛି କଟକଣା । ୨ଜଣ ପଜିଟିଭ ଚିହ୍ନଟ ପରେ କନ୍ଧମାଳ ଜିଲ୍ଲା କ.ନୂଆଗାଁ ଚଣାପଦରର ଏକ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ସଂପୃକ୍ତ ଅଞ୍ଚଳଙ୍କୁ ସାତଦିନ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛି ପ୍ରଶାସନ । ଏହି ସମୟରେ କୋଭିଡ଼ କଟକଣାକୁ ସମସ୍ତ ମାନିବାକୁ ପଡିବ ବୋଲି ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ ।

ଖବର ଅନୁଯାୟୀ, ଚଣାପଦର ଅଞ୍ଚଳରୁ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାପରେ ଆକ୍ସନକୁ ଆସିଯାଇଛି ସ୍ଥାନୀୟ ପ୍ରଶାସନ ।  ତୁରନ୍ତ ଚଣାପଦରର ସେହି ଅଞ୍ଚଳକୁ ୭ଦିନ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । ତେବେ ଏହି ସମୟରେ ଆକ୍ରାନ୍ତମାନେ କାହା ସଂସ୍ପର୍ଶରେ ଆସିଛନ୍ତି । ସେନେଇ ମଧ୍ୟ ଟ୍ରେସିଂ ଜାରି ରହିବ । ସଂପୃକ୍ତ ଅଞ୍ଚଳରେ କୋଭିଡ଼ କଟକଣାକୁ ସମସ୍ତେ ମାନିବାକୁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଛି । ଯଦି କେହି ଆଇନ୍‌ ଉଲ୍ଲଘଂନ କରନ୍ତି, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।

ସେପଟେ ଦିନକୁ ଦିନ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁଁ ମୁଖ୍ୟମନ୍ତ୍ରୀ ୧୪ ଦିନିଆ ସ୍ପେସାଲ୍ ଡ୍ରାଇଭ୍ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବାଲିଗୁଡ଼ା, କ.ନୂଆଗାଁ, ଦାରିଙ୍ଗବାଡ଼ି, କୋଟଗଡ଼, ତୁମୁଡ଼ିବନ୍ଧ ଅଞ୍ଚଳରେ ପୋଲିସ୍ ପକ୍ଷରୁ ମାସ୍କ ଚେକିଂ ଓ ସାମାଜିକ ଦୂରତାକୁ କଡ଼ାକଡ଼ି କରାଯାଇଛି । ଅନ୍ୟପଟେ ଅମାନିଆଙ୍କ ନିକଟରୁ ଫାଇଇନ୍ ମଧ୍ୟ ଆଦାୟ କରାଯାଉଥିବାର ଦେଖିବାକୁ ମିଳିଛି ।

   Related Posts