Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଙ୍କୀ : ଶୌଚ ପାଇଁ ଯିବାବେଳେ କଚାଡି ଦେଲା ଦନ୍ତା, ଜଣେ ଗୁରୁତର
  • ||
  • ଭୁବନ : ୨ ଦିନ ପାଇଁ କଲେଜ ସଟ୍‌ଡାଉନ୍, କରୋନା ସଂକ୍ରମିତ ଚିହ୍ନଟ ପରେ ପଦକ୍ଷେପ‌
  • ||
  • ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ, ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଢ଼ି ଚାଲିଛି କରୋନା ସଂକ୍ରମଣ, ମହାରାଷ୍ଟ୍ରରେ ଆଜିଠାରୁ ମେ ପହିଲା ପର୍ଯ୍ୟନ୍ତ ୧୪୪ ଧାରା
  • ||
  • ଜଗତସିଂହପୁର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି : ମା ଶାରଳାଙ୍କ ପୀଠରେ ଲାଗୁ ହେଲା ୧୪୪ ଧାରା, ନୀତି ସମ୍ପନ୍ନ କରିବେ ସେବାୟତ
  • ||
  • ବାରଙ୍ଗ : ନନ୍ଦନକାନନକୁ ନୂଆ ଅତିଥି, ଦ୍ୱିତୀୟ ଥର ପାଇଁ ମା ହେଲା ବାଘୁଣୀ ମେଘା
  • ||
  • ୨ହଜାର ଟପିଲା ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୨୬୭ ପଜିଟିଭ୍ ଚିହ୍ନଟ
  • ||

ମୁଣ୍ଡ ଫଟା ଖରାରେ ସିଝୁଛି ରାଜଧାନୀ : ଆଜିବି ଭୁବନେଶ୍ବର ଦେଶର ସବୁଠୁ ଉତ୍ତପ୍ତ ସହର

27/02/2021 at 7:21 PM

ଭୁବନେଶ୍ବର ୨୭/୦୨ : କ୍ରମାଗତ ଭାବେବେ ବଢିଚାଲିଛି ରାଜଧାନୀ ଭୁବନେଶ୍ବରର ତାପମାତ୍ରା ।  ଲଗାତାର ଚତୁର୍ଥ ଦିନ ପାଇଁ ରାଜଧାନୀ ଭୁବନେଶ୍ବର ଦେଶର ସବୁଠାରୁ ଉତ୍ତପ୍ତ ସହରରେ ପରିଣତ ହୋଇଛି । ଗତ ୩ ଦିନର ରେକର୍ଡକୁ ଭାଙ୍ଗି ଆଜି ଭୁବନେଶ୍ୱରରେ ୪୦.୦୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଶୁକ୍ରବାର ଭୁବନେଶ୍ବରର ତାପମାତ୍ରା ୪୦.୦୪ ଡିଗ୍ରୀ ରେକର୍ଡ କରାଯାଇଥିଲା । କିନ୍ତୁ ଶନିବାର ପୁଣି ଥରେ ତାପମାତ୍ରା ବୃଦ୍ଧିପାଇଛି । ମୁଣ୍ଡଫଟା ଖରା ରାଜଧାନୀବାସୀଙ୍କୁ ନାକେଦମ୍‌ କଲାଣି ।

ପାଣିପାଗ ବିଭାଗ ଅନୁମାନ ଲଗାଇଛି ଯେ,  ତାତି ଆହୁରି ବଢ଼ିବ । ବର୍ତ୍ତମାନ ଓଡ଼ିଶା ଉପରେ ଅର୍ଥାତ ଭୁବନେଶ୍ୱର ପାଖାପାଖି ଏକ ଗୁରୁଚାପ ବଳୟ ରହିଛି । ଜଳୀୟବାଷ୍ପ ପରିମାଣ ୨୦% ପାଖାପାଖି କମ୍‌ ରହୁଛି । ତେଣୁ ଭୂପୃଷ୍ଠ ପୂରା ଉତ୍ତପ୍ତ ରହୁଛି । ସେଥିପାଇଁ ଭୁବନେଶ୍ୱରରେ ତାପମାତ୍ରା ସବୁଠୁ ଅଧିକ ଅଛି। ୨/୩ ଦିନ ହେବ ଲଗାତାର ତାପମାତ୍ରା ବଢ଼ୁଛି । ଉପକୂଳରୁ ଆଭ୍ୟନ୍ତରୀଣ ଅଞ୍ଚଳ ପର୍ଯ୍ୟନ୍ତ ସବୁଠି ଅସମ୍ଭାଳ ଗରମ ଅନୁଭୂତ ହେଉଛି । ଦିନକ ଭିତରେ ରାଜଧାନୀ ତାପମାତ୍ରା ୨ ଡିଗ୍ରୀ ବଢ଼ିଯାଇଛି ।

   Related Posts