Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ବାତ୍ୟାକୁ ନେଇ ଜିଲ୍ଲାପାଳଙ୍କ ବୈଠକ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ, ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍‌

1/12/2021 at 10:51 PM

ଜଗତ୍‌ସିଂହପୁର, |: ସମ୍ଭାବ୍ୟ ବାତ୍ୟାକୁ ନେଇ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସନ୍ଧ୍ୟାରେ ଜିଲ୍ଲାପାଳ ପାରୁଲ ପଟୱରୀଙ୍କ ଅଧ୍ୟକ୍ଷତାରେ  ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କ ସହିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ସମୁଦ୍ର ତଟବର୍ତ୍ତୀ ଏରସମା, ବାଲିକୁଦା,କୁଜଙ୍ଗ ଓ ତିର୍ତ୍ତୋଲ ବ୍ଲକ ପ୍ରଶାସନକୁ ବିଶେଷ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହୁଥିବା ଯୋଗୁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀମାନେ ନଯିବା ପାଇଁ ଓ ସମୁଦ୍ର ମଧ୍ୟକୁ ଯାଇଥିବା ମତ୍ସ୍ୟଜୀବୀମାନେ ଆସନ୍ତାକାଲି ଅପରାହ୍ନ ସୁଦ୍ଧା କୂଳକୁ ଫେରି ଆସିବାକୁ କୁହାଯାଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଥିବା ୪୫ଟି ବହୁ ମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ,ସ୍କୁଲ ଗୃହ, ଅଙ୍ଗନବାଡି କେନ୍ଦ୍ର,କଲ୍ୟାଣ ମଣ୍ଡଓ ଗୁଡିକୁ ବାତ୍ୟା ଆଶ୍ରୟ ସ୍ଥଳୀ ପାଇଁ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି

ଆବଶ୍ୟକ ସ୍ଥଳେ ପରିସ୍ଥିତିକୁ ନଜରକୁ ନେଇ ତଳି ଅଞ୍ଚଳ ଓ କଚା ଘରେ ରହୁଥିବା ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ।ସମସ୍ତ ଆଶ୍ରୟ ସ୍ଥଳୀରେ ବିଦ୍ୟୁତ, ପାନୀୟ ଜଳ,ଶୌଚାଳୟ, ପରିସ୍କାର ପରିଛନ୍ନ ଆଦି କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।ଏହା ସହିତ ଗଛ କଟା ମେସିନ, ଜେସିବି, ଜେନେରେଟର ଆଦି ରଖିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।ବାତ୍ୟା ପୂର୍ବରୁ ଗର୍ଭବତୀ ମହିଳା, ଶିଶୁ ଓ ବୃଦ୍ଧମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ସ୍ଥାନାନ୍ତର କରାଯିବ । ବାତ୍ୟା ଆଶ୍ରୟ ସ୍ଥଳୀରେ ନୋଡାଲ ଅଫିସର ନିୟୋଜିତ ହେବା ସହିତ ଆଶ୍ରୟ ସ୍ଥଳୀ ଗୁଡିକରେ କୋଭିଡ ଗାଇଡ଼ ଲାଇନ ପାଇଁ ମାସ୍କ, ସାନିଟାଇଜର,ମେଡ଼ିସିନ ଆଦି ମହଜୁଦ ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହା ସହିତ ଜିଲ୍ଲାରେ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯିବା ସହିତ ସମସ୍ତ ସରକାରୀ କର୍ମଚାରୀ ମାନଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ ।

   Related Posts