Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ରାଜ୍ୟରେ କରୋନା ନେଲା ସର୍ବାଧିକ ଜୀବନ : ୨୪ଘଣ୍ଟାରେ ଗଲା ୩୫ଜଣଙ୍କ ପ୍ରାଣ, ୨୫୮୪ ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

26/05/2021 at 9:16 AM

ଭୁବନେଶ୍ୱର ୨୬।୦୫ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୬୨୩ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା୨୫୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୋଳ ଓ ଖୋର୍ଦ୍ଧାରୁ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ନବରଙ୍ଗପୁର ଓ ସୁନ୍ଦରଗଡରୁ ୪, ଝାରସୁଗୁଡା, କଳାହାଣ୍ଡି ଓ କୋରାପୁଟରୁ ୨ ଜଣ ଲେଖାଏଁ, ରାୟଗଡା, ଭଦ୍ରକ, ବୌଦ୍ଧ, କଟକ, ଗଞ୍ଜାମ, ଜଗତସିଂପୁର, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୬୦୦୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୧୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts