Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ସ୍ଥିତି ସଙ୍ଗୀନ : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୨ ହଜାରରୁ ଅଧିକ ପଜିଟିଭ୍, ୩୯୮୦ ମୃତ

6/05/2021 at 9:38 AM

ନୂଆଦିଲ୍ଲୀ, ୦୬।୦୫: ସ୍ଥିତି ଅସମ୍ଭାଳ । ଭୟଙ୍କର । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ୧୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯୮୦ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪ ଲକ୍ଷ ୧୨  ହଜାର  ୨୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୯୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୯୮୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୧୦ ଲକ୍ଷ ୭୭ହଜାର ୪୧୦ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୨୩ ହଜାର ୧୬୮ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୭୨ ଲକ୍ଷ ୮୦ ହଜାର ୮୪୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୫୬୬୩୯୮।

   Related Posts