Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଭାରତରେ କାୟା ବିସ୍ତାର କରୁଛି କରୋନା, ୫୦ରୁ ଅଧିକ ହେଲେଣି ସଂକ୍ରମିତ

11/03/2020 at 9:10 AM

ନୂଆଦିଲ୍ଲୀ ୧୧।୩:  କାୟା ବିସ୍ତାର କରିବାରେ ଲାଗିଛି କରୋନା ଭାଇରସ୍ । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଛି । ପୁନେରେ ପାଞ୍ଚ ଜଣଙ୍କଠାରେ କରୋନା ଭାଇରସ୍ ଚିହ୍ନଟ ହୋଇଛି ।

ସେହିପରି କେରଳରେ ୬ଜଣ ଓ କର୍ଣ୍ଣାଟକରେ ୩ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ କେରଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା କୁହାଯାଇଛି ।

ଏମାନଙ୍କ ଯୋଗାଯୋଗରେ ଆସିଥିବା ଲୋକଙ୍କୁ ନୀରିକ୍ଷଣ କରାଯାଉଛି । ସ୍ଥିତିକୁ ଦୃଷ୍ଟିରେ ରଖି କେରଳ ମୁଖ୍ୟମନ୍ତ୍ରୀ ମାର୍ଚ୍ଚ ୩୧ ଯାଏଁ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।

ଇରାନ୍ ରେ ଥିବା ୫୮ ଭାରତୀୟଙ୍କୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେଠାରୁ ରେସ୍କ୍ୟୁ କରାଯାଇଛି । ପରେ ପୁଣି ବିମାନ ପଠାଇ ଅବଶିଷ୍ଟ ଭାରତୀୟଙ୍କୁ ଅଣାଯିବାର ଯୋଜନା ରହିଛି ।

ଦେଶର ୩୦ଟି ଏୟାରପୋର୍ଟରେ ୮ଲକ୍ଷ ଲୋକଙ୍କର ସ୍କ୍ରିନିଂ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩ ହଜାର ଲୋକ ନିରୀକ୍ଷଣରେ ରହିଛନ୍ତି। ୧୪ଟି ଦେଶର ପର୍ଯ୍ୟଟକ ଭାରତ ଆସିବା ନେଇ କଟକଣା ଜାରି କରାଯାଇଛି ।

   Related Posts