ଭୁବନେଶ୍ୱରରୁ ଆଉ ୩୧୯ କୋଭିଡ୍ ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୧୪୭

Published By : Prameya-News7 Bureau | August 20, 2020 IST

ଭୁବନେଶ୍ୱର, ୨୦|୦୮:  ଭୁବନେଶ୍ୱରରୁ ଗୁରୁବାର ୩୧୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୩୯୬ରେ ପହଁଚିଛନ୍ତି ।

ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭୨ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୪୭ । ଏହାସହ ୧୧୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ୬୩୯୬ଟି ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବା ବେଳେ ୩୯୫୩ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୩୧ଜଣ ପ୍ରାଣ ହରାଇଥିବା ବେଳେ ୨୪୦୬ଟି ସକ୍ରିୟ କେସ୍ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.