Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ଗଞ୍ଜାମରେ ବଢୁଛି ସଂକ୍ରମଣ, ୨ଦିନରେ ୨ଅଙ୍କ ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା

4/04/2021 at 3:06 PM

ବ୍ରହ୍ମପୁର ୦୪।୦୪: ରାଜ୍ୟରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ପ୍ରଥମ ଲହରୀ ଏବେ ୨ ଲହରୀ ସମସ୍ତଙ୍କ ପାଇଁ ବେଶ୍‌ ଚିନ୍ତାର କାରଣ ପାଲଟିଛି । ଏହି ପରିପେକ୍ଷୀରେ ଗତକାଲି ଗଞ୍ଜାମ ଜିଲ୍ଲାରୁ ୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ତେବେ ଗତ ୨ ଦିନ ଧରି ଜିଲ୍ଲାରେ ଦୁଇ ଅଙ୍କ ବିଶିଷ୍ଟ କରୋନା ପଜିଟିଭ୍ ଚିହ୍ନଟ ହେବା ଜିଲ୍ଲା ପ୍ରଶାସନର ଚିନ୍ତାକୁ ବଢାଇ ଦେଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୯୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୧୦, ବାଲେଶ୍ୱରରୁ ୧୫, ବରଗଡରୁ ୫, ଭଦ୍ରକରୁ ୬, ବଲାଙ୍ଗୀରରୁ ୩୬, କଟକରୁ ୨୨, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧, ଯାଜପୁରରୁ ୧୧, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୫୦, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଧାରୁ ୪୦, କୋରାପୁଟରୁ ୭, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୧୭, ନୟାଗଡରୁ ୪, ନୂଆପଡାରୁ ୪୨, ପୁରୀରୁ ୧୪, ରାୟଗଡାରୁ ୮, ସମ୍ବଲପୁରରୁ ୨୭, ସୋନପୁରରୁ ୨, ସୁନ୍ଦରଗଡରୁ ୮୫ ଜଣ ରହିଛନ୍ତି ।

   Related Posts