ଦେଶରେ ଖସୁଛି ସଂକ୍ରମଣ : ୨୪ ଘଣ୍ଟାରେ ୪୪ ହଜାରରୁ ଅଧିକ ପଜିଟିଭ୍, ୭୩୮ ମୃତ

Published By : Prameya-News7 Bureau | July 03, 2021 IST

ନୂଆଦିଲ୍ଲୀ, ୦୨/୦୭:: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୩୮ ଜଣଙ୍କ ମୃତ୍ୟୁ ହୋଇଛି ।

wp:html /wp:html

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୪୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ତଳେ ରହିଛି। ୨୪ ଘଣ୍ଟା ମଧ୍ୟରେ ୭୩୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୫ ଲକ୍ଷ ୨ ହଜାର ୩୬୨ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧ ହଜାର ୫୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୬ ଲକ୍ଷ ୫ ହଜାର ୭୭୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୯୫୫୩୩।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.