Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୫ ହଜାରରୁ ଅଧିକ ପଜିଟିଭ୍, ୮୧୭ ମୃତ

8/07/2021 at 9:31 AM

ନୂଆଦିଲ୍ଲୀ, ୦୮/୦୭:: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୧୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୫୮୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ତଳେ ରହିଛି। ୨୪ ଘଣ୍ଟା ମଧ୍ୟରେ ୮୧୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୭ ଲକ୍ଷ ୯ ହଜାର ୫୫୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫ ହଜାର ୨୮ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୮ ଲକ୍ଷ ୪୩ ହଜାର ୮୨୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୬୦୭୦୪।

   Related Posts