Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୧ ହଜାରରୁ ଅଧିକ ପଜିଟିଭ୍, ୮୯୫ ମୃତ

11/07/2021 at 9:47 AM

ନୂଆଦିଲ୍ଲୀ, ୧୦/୦୭:: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୯୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୧୫୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୮୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୮୯୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୮ ଲକ୍ଷ ୩୭ ହଜାର ୨୨୨ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୮ ହଜାର ୪୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୯ ଲକ୍ଷ ୭୫ ହଜାର ୬୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୫୪୧୧୮।

   Related Posts