ନୂଆଦିଲ୍ଲୀ, ୧୩/୦୭:: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୦୨୦ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୨୯୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୦୨୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୯ ଲକ୍ଷ ୭ ହଜାର ୨୮୨ରେ ପହଞ୍ଚିଛି।
wp:html/wp:htmlभारत में #COVID19 के 32,906 नए मामले आने के बाद कुल पॉजिटिव मामलों की संख्या 3,09,07,282 हुई। 2,020 नई मौतों के बाद कुल मौतों की संख्या 4,10,784 हो गई है।
— ANI_HindiNews (@AHindinews) July 13, 2021
49,007 नए डिस्चार्ज के बाद कुल डिस्चार्ज की संख्या 3,00,63,720 हुई। देश में सक्रिय मामलों की कुल संख्या 4,32,778 है। pic.twitter.com/okWZcqY2g7
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୦ ହଜାର ୭୮୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୬୩ହଜାର ୭୨୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୩୨୭୭୮।