୨୪ ଘଣ୍ଟାରେ ଦେଶରେ ବାହାରିଲେ ୪୧ ହଜାରରୁ ଅଧିକ ପଜିଟିଭ୍, ୫୧୮ ମୃତ

Published By : Prameya-News7 Bureau | July 18, 2021 IST

ନୂଆଦିଲ୍ଲୀ, ୧୮/୦୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୧୮ ଜଣଙ୍କ ମୃତ୍ୟୁ ହୋଇଛି ।

wp:html /wp:html

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୧୧୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୧୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୧ ଲକ୍ଷ ୬ ହଜାର ୦୬୫ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୩ ହଜାର ୬୦୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୨ ଲକ୍ଷ ୬୯ ହଜାର ୭୯୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୨୨୬୬୦।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.