ନୂଆଦିଲ୍ଲୀ, ୨୦/୦୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୪ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୦୦୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୭୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୧ ଲକ୍ଷ ୭୪ ହଜାର ୩୨୨ରେ ପହଞ୍ଚିଛି।
wp:html/wp:htmlभारत में #COVID19 के 30,093 नए मामले आने के बाद कुल पॉजिटिव मामलों की संख्या 3,11,74,322 हुई। 374 नई मौतों के बाद कुल मौतों की संख्या 4,14,482 हो गई है।
— ANI_HindiNews (@AHindinews) July 20, 2021
45,254 नए डिस्चार्ज के बाद कुल डिस्चार्ज की संख्या 3,03,53,710 हुई। देश में सक्रिय मामलों की कुल संख्या 4,06,130 है। pic.twitter.com/M1Q8htpOh4
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୪ ହଜାର ୪୮୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୩ ଲକ୍ଷ ୫୩ ହଜାର ୭୧୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୬୧୩୦।