ନୂଆଦିଲ୍ଲୀ, ୨୩/୦୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୮୩ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୫୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୮୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୨ ଲକ୍ଷ ୯୩ ହଜାର ୦୬୨ରେ ପହଞ୍ଚିଛି।
wp:html/wp:htmlभारत में #COVID19 के 35,342 नए मामले आने के बाद कुल पॉजिटिव मामलों की संख्या 3,12,93,062 हुई। 483 नई मौतों के बाद कुल मौतों की संख्या 4,19,470 हो गई है।
— ANI_HindiNews (@AHindinews) July 23, 2021
38,740 नए डिस्चार्ज के बाद कुल डिस्चार्ज की संख्या 3,04,68,079 हुई। देश में सक्रिय मामलों की कुल संख्या 4,05,513 है। pic.twitter.com/eL6K3jRGr9
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୯ ହଜାର ୪୭୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୪ ଲକ୍ଷ ୬୮ ହଜାର ୭୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୫୫୧୩।