୨୪ ଘଣ୍ଟାରେ ଦେଶରେ ବାହାରିଲେ ୩୯୦୦୦ରୁ ଅଧିକ ପଜିଟିଭ୍, ୫୪୬ ମୃତ

Published By : Prameya-News7 Bureau | July 24, 2021 IST

ନୂଆଦିଲ୍ଲୀ, ୨୪/୦୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୪୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୯୦୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୪୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୩ ଲକ୍ଷ ୩୨ ହଜାର ୧୫୯ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୦ ହଜାର ୧୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୫ ଲକ୍ଷ ୩ ହଜାର ୧୬୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୮୯୭୭।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.