୨୪ ଘଣ୍ଟାରେ ଦେଶରେ ୧ଲକ୍ଷ ୮୬ ହଜାରରୁ ଅଧିକ କରୋନା ପଜିଟିଭ୍, ୩୬୬୦ ମୃତ

Published By : Prameya-News7 Bureau | May 28, 2021 IST

ନୂଆଦିଲ୍ଲୀ, ୨୮/୦୫: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୮୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୬୬୦ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୮୬ ହଜାର ୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୬୦୦ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୬୬୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୭୫ଲକ୍ଷ ୫୫ ହଜାର୪୫୭ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୧୮ ହଜାର ୮୯୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୪୮ ଲକ୍ଷ ୯୩ ହଜାର ୪୧୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୩୪୩୧୫୨ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.