ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ ପଜିଟିଭ୍

Published By : Prameya-News7 Bureau | August 03, 2021 IST

ନୂଆଦିଲ୍ଲୀ, ୦୩/୦୮ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୨୨ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୦୫୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୨୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୭ ଲକ୍ଷ ୨୬ହଜାର ୫୦୭ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୫ ହଜାର ୧୯୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୮ ଲକ୍ଷ୯୬ ହଜାର ୩୫୪ରେ ପହଁଚିଛି। ଏବେ ଦେଶରେ ୪୨୫୧୯୫ଟି ସକ୍ରିୟ ମାମଲା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.