ନୂଆଦିଲ୍ଲୀ, ୦୬/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୧୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୬୭୭ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୧୪ ହଜାର ୪୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୬୭୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୮ଲକ୍ଷ ୯ ହଜାର ୩୩୯ରେ ପହଞ୍ଚିଛି।
wp:html/wp:htmlभारत में #COVID19 के 1,14,460 नए मामले आने के बाद कुल पॉजिटिव मामलों की संख्या 2,88,09,339 हुई। 2677 नई मौतों के बाद कुल मौतों की संख्या 3,46,759 हो गई है।
— ANI_HindiNews (@AHindinews) June 6, 2021
1,89,232 नए डिस्चार्ज के बाद कुल डिस्चार्ज की संख्या 2,69,84,781 हुई। देश में सक्रिय मामलों की कुल संख्या 14,77,799 है। pic.twitter.com/0BgDfJAqSH
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୪୬ ହଜାର ୭୫୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୯ ଲକ୍ଷ ୮୪ ହଜାର ୭୮୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୪୭୭୭୯୯ ।