ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୩ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୮ ମୃତ

Published By : Prameya-News7 Bureau | September 11, 2021 IST

ନୂଆଦିଲ୍ଲୀ, ୧୧।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୮ ଜଣଙ୍କ ମୃତ୍ୟୁ ହୋଇଛି ।

wp:html /wp:html

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୩୩୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୦୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୨ ଲକ୍ଷ ୮ ହଜାର ୩୩୦ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୨ ହଜାର ୩୧୭ରେ ପହଞ୍ଚିଛି। ଏବେ ଦେଶରେ ୩୯୧୫୧୬ ସକ୍ରିୟ ମାମଲା ରହିଛି ।ସେହିପରି ୩୨୩୭୪୪୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.