ନୂଆଦିଲ୍ଲୀ, ୧୬।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୩୧ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୦୫୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୩୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୩ ଲକ୍ଷ ୪୭ ହଜାର ୩୨୫ରେ ପହଞ୍ଚିଛି।
wp:html/wp:htmlIndia reports 30,570 new #COVID19 cases, 38,303 recoveries and 431 deaths in last 24 hours, as per Health Ministry.
— ANI (@ANI) September 16, 2021
Total cases: 3,33,47,325
Active cases: 3,42,923
Total recoveries: 3,25,60,474
Death toll: 4,43,928
Total vaccination: 76,57,17,137 (64,51,423 in last 24 hours) pic.twitter.com/aM5jzNXshh
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୩ ହଜାର ୯୨୮ରେ ପହଞ୍ଚିଛି। ଏବେ ଦେଶରେ ୩୪୨୯୨୩ ସକ୍ରିୟ ମାମଲା ରହିଛି ।ସେହିପରି ୩୨୫୬୦୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।