ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ଲକ୍ଷେରୁ କମ୍ ପଜିଟିଭ୍, ୨୧୨୩ ମୃତ

Published By : Prameya-News7 Bureau | June 08, 2021 IST

ନୂଆଦିଲ୍ଲୀ, ୦୮/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧୨୩ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୬,୪୯୮ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୧୨୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୯ଲକ୍ଷ ୯୬ ହଜାର ୪୭୩ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୭୩ ଲକ୍ଷ ୪୧ ହଜାର ୪୬୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୩୦୩୭୦୨ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.