Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୬ ହଜାରରୁ ଅଧିକ କରୋନା ପଜିଟିଭ୍, ୨୫୨ ମୃତ

21/09/2021 at 9:50 AM

ନୂଆଦିଲ୍ଲୀ, ୨୧।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୫୨ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୬୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୫୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୫ ଲକ୍ଷ ୪ ହଜାର ୫୩୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୫ ହଜାର ୩୮୫ରେ ପହଞ୍ଚିଛି। ଏବେ ଦେଶରେ ୩୦୯୫୭୫ ସକ୍ରିୟ ମାମଲା ରହିଛି ।ସେହିପରି ୩୨୭୪୯୫୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts