ନୂଆଦିଲ୍ଲୀ, ୨୪।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୧୩୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୫ ଲକ୍ଷ ୯୪ ହଜାର ୮୦୩ରେ ପହଞ୍ଚିଛି।
wp:html/wp:htmlभारत में पिछले 24 घंटों में कोरोना वायरस के 31,382 नए मामले आए, 32,542 रिकवरी हुईं और 318 लोगों की कोरोना से मौत हुई। #COVID19
— ANI_HindiNews (@AHindinews) September 24, 2021
कुल मामले: 3,35,94,803
सक्रिय मामले: 3,00,162
कुल रिकवरी: 3,28,48,273
कुल मौतें: 4,46,368
कुल वैक्सीनेशन: 84,15,18,026 pic.twitter.com/ZeTUODe4ce
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୬ ହଜାର ୩୬୮ରେ ପହଞ୍ଚିଛି। ଏବେ ଦେଶରେ ୩୦୦୧୬୨ ସକ୍ରିୟ ମାମଲା ରହିଛି ।ସେହିପରି ୩୨୮୪୮୨୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।