Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୩ ମୃତ

5/10/2021 at 9:48 AM

ନୂଆଦିଲ୍ଲୀ ୦୫/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୬୩ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮୩୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୮ ଲକ୍ଷ ୫୩ ହଜାର ୪୮ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୯ ହଜାର ୨୬୦ରେ ପହଞ୍ଚିଛି । ଏବେ ଦେଶରେ ୨୫୨୯୦୨ ସକ୍ରିୟ ମାମଲା ରହିଛି । ସେହିପରି ୩୩୧୫୦୮୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts