Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୨୬ ମୃତ

14/10/2021 at 9:37 AM

ନୂଆଦିଲ୍ଲୀ ୧୪/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୨୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୫୮୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୨୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୦ ଲକ୍ଷ ୧ ହଜାର ୭୪୩ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୧ ହଜାର ୧୮୯ରେ ପହଞ୍ଚିଛି । ଏବେ ଦେଶରେ ୨୦୭୬୫୩ ସକ୍ରିୟ ମାମଲା ରହିଛି । ସେହିପରି ୩୩୩୪୨୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  

   Related Posts