Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୬୬୬ ମୃତ

23/10/2021 at 10:22 AM

ନୂଆଦିଲ୍ଲୀ ୨୩/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୩୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୬୬୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୧ ଲକ୍ଷ ୫୯ ହଜାର ୫୬୨ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୩ ହଜାର ୭୦୮ରେ ପହଞ୍ଚିଛି । ଏବେ ଦେଶରେ ୧୭୩୭୨୮ ସକ୍ରିୟ ମାମଲା ରହିଛି ।

   Related Posts