Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ

28/10/2021 at 9:40 AM

ନୂଆଦିଲ୍ଲୀ ୨୮/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୩୩ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୧୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୭୩୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୩୧ ହଜାର ୮୦୯ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୬ ହଜାର ୩୮୬ରେ ପହଞ୍ଚିଛି । ଏବେ ଦେଶରେ ୧୬୦୯୮୯ ସକ୍ରିୟ ମାମଲା ରହିଛି ।  ୩୩୬୧୪୪୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts