Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୩୨ ମୃତ

9/11/2021 at 9:29 AM

ନୂଆଦିଲ୍ଲୀ ୦୯/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୨ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦୧୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୩୨ ଜଣଙ୍କ ମୃତ୍ୟୁ ଘଟିଛି ।

ଏତତ୍ ବ୍ୟତୀତ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୩୪୩୭୭୧୧୩ ।  ମୃତ୍ୟୁସଂଖ୍ୟା ୪ ଲକ୍ଷ ୬୧ ହଜାର ୩୮୯ରେ ପହଞ୍ଚିଛି । ଏବେ ଦେଶରେ ୧୪୦୬୩୮ ସକ୍ରିୟ ମାମଲା ରହିଛି ।  ସେହିପରି ୩୩୭୭୫୦୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts