Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ

9/12/2021 at 9:43 AM

ନୂଆଦିଲ୍ଲୀ ୦୯/୧୨: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୪୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୬ ଲକ୍ଷରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୯୪୭୪୨ ସକ୍ରିୟ ମାମଲା ରହିଛି ଏବଂ ୩୪୦୯୭୩୮୮ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୭୪୧୧୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।  

   Related Posts