Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍

17/09/2021 at 9:25 AM

ଭୁବନେଶ୍ୱର ୧୭।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୯୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀରରୁ ଜଣେ, କଟକ ଜିଲ୍ଲାରୁ ୭୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ  ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୧ଜଣ, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୯୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୪୮୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୧୨୮୨୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts