ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୭୭ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 01, 2021 IST

ଭୁବନେଶ୍ୱର ୦୧।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୯୫୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୪ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀରରୁ ଜଣେ,  କଟକ ଜିଲ୍ଲାରୁ ୬୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡିରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୦ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୪୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୯୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୦୩୪୨୪୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.