Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୬୭ କୋଭିଡ୍ ପଜିଟିଭ୍

22/10/2021 at 9:51 AM

ଭୁବନେଶ୍ୱର ୨୨।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୫୨୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୩୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁରରୁ ଜଣେ ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୫୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୫୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୪୪୨୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୩୮୧୮୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts