ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୬୫ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 29, 2021 IST

ଭୁବନେଶ୍ୱର ୨୯।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୫୯୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୬ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୦୫୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୭୬୫୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୮୫୫୯୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.