Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୩୨୭ କୋଭିଡ୍ ପଜିଟିଭ୍

2/11/2021 at 9:28 AM

ଭୁବନେଶ୍ୱର ୦୨।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୧୦୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧରୁ ଜଣେ, କଟକ ଜିଲ୍ଲାରୁ ୨୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୭୭ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ନୂଆପଡାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍‌ରୁ ୪୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୧୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୧୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୯୫୮୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୧୦୭୯୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts