Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

କମୁଛି ସଂକ୍ରମଣ : ରାଜ୍ୟରେ ୨୪ ଘଣ୍ଟାରେ ୨୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ

9/07/2021 at 8:42 AM

ଭୁବନେଶ୍ୱର ୦୯।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୫୧୩୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୧୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୯୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଅନୁଗୋଳରୁ ୧୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୩, ବରଗଡରୁ ୩୩, ଭଦ୍ରକରୁ ୮୩, ବଲାଙ୍ଗୀରରୁ ୧୦,ବୌଦ୍ଧରୁ ୯. କଟକରୁ ୪୪୧, ଦେବଗଡରୁ ୪, ଢେଙ୍କାନାଳରୁ ୧୨୪,  ଗଜପତିରୁ ୬, ଗଞ୍ଜାମରୁ ୧୯, ଜଗତସିଂହପୁରରୁ ୧୧୯, ଯାଜପୁରରୁ ୨୫୨, ଝାରସୁଗୁଡାରୁ ୧୦, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୧୭, କେନ୍ଦ୍ରାପଡାରୁ ୫୭, କେନ୍ଦୁଝରରୁ ୭୨, ଖୋର୍ଦ୍ଧାରୁ ୫୯୦, କୋରାପୁଟରୁ ୨୯, ମାଲକାନଗିରିରୁ ୩୫, ମୟୂରଭଞ୍ଜରୁ ୧୦୯, ନବରଙ୍ଗପୁରରୁ ୨୦, ନୟାଗଡରୁ ୮୬, ନୂଆପଡାରୁ ୭, ପୁରୀରୁ ୧୩୮, ରାୟଗଡାରୁ ୩୦, ସମ୍ବଲପୁରରୁ ୨୬, ସୋନପୁରରୁ ୧୬, ସୁନ୍ଦରଗଡରୁ ୬୫ ଓ ଷ୍ଟେଟପୁଲରୁ ୧୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୫୧୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୪୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୪୧୪୩୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts