କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୨୦୭୦ କରୋନା ପଜିଟିଭ୍

Published By : Prameya-News7 Bureau | July 16, 2021 IST

ଭୁବନେଶ୍ୱର ୧୬।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୯୯୨୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭୬ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୩୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୧୧ଜଣ,  ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯୭ଜଣ, ଯାଜପୁର ଜିଲ୍ଲାରୁ ୧୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୬ଜଣ, କୋରାପୁଟ ଜିଲ୍ଲାରୁ ୨୩ଜଣ, ମାଲକାନାଗିରି ଜିଲ୍ଲାରୁ ୨୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୫୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬ଜଣ, ଷ୍ଟେଟ ପୁଲ୍‌ରୁ ୮୫ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୯୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୭୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୨୩୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୯୧୫୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.