କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୯୧୭ କରୋନା ପଜିଟିଭ୍

Published By : Prameya-News7 Bureau | July 23, 2021 IST

ଭୁବନେଶ୍ୱର ୨୩।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୩୮୫୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୦୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୫୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୭ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୯୨ଜଣ, ଯାଜପୁର ଜିଲ୍ଲାରୁ ୮୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୮ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୭୬ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୦ଜଣ, ଷ୍ଟେଟ ପୁଲ୍‌ରୁ ୧୦୯ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୩୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.