Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

30/07/2021 at 9:02 AM

ଭୁବନେଶ୍ୱର ୩୦।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୫୬୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୩୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୯୫୦୪୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts