ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୩୪୨ କରୋନା ପଜିଟିଭ୍

Published By : Prameya-News7 Bureau | August 05, 2021 IST

ଭୁବନେଶ୍ୱର ୦୫।୦୮ : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୭୫କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୫୬୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୬୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୭୮ଜଣ, ଯାଜପୁର ଜିଲ୍ଲାରୁ ୬୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୭ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୧୦୫ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୫୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୩୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୩୫୫୨୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.