ରାଜ୍ୟରେ ଆଉ ୫୨୭ କରୋନା ସଂକ୍ରମିତ ଚିହ୍ନଟ, ୧୦୬୨୪ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | July 08, 2020 IST

ଭୁବନେଶ୍ବର ୦୮।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୨୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ୫୨୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାର ଜଣେ, ବାଲେଶ୍ୱର ଜିଲ୍ଲାର ୨୬ ଜଣ, ବରଗଡ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ୨୧, କଟକ ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୨୫ଜଣ, ଝାରସୁଗୁଡା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡା ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ୧୮ଜଣ, ନୂଆପଡା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୬୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ୩୦୮୬୯୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.