ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୦ ଆକ୍ରାନ୍ତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୨୫୦କୁ ବୃଦ୍ଧି

Published By : Prameya-News7 Bureau | June 10, 2020 IST

ଭୁବନେଶ୍ବର ୧୦।୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ବୁଧବାର ଦିନ ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

{"id":283902,"sizeSlug":"large"}

ବୁଧବାର ଚିହ୍ନଟ ହୋଇଥିବା ୧୧୦ ସଂକ୍ରମିତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ୩୩ ଜଣ, ରାୟଗଡା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ନୟାଗଡ ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି ।

wp:html https://twitter.com/IPR_Odisha/status/1270579955836030977?s=19 /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.