Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୬ ଆକ୍ରାନ୍ତ, ୩୩୮୬କୁ ବୃଦ୍ଧି ପାଇଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

11/06/2020 at 10:28 AM

ଭୁବନେଶ୍ବର ୧୧।୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୩୬ ସଂକ୍ରମିତ ରାଜ୍ୟର ୧୪ଟି ଜିଲ୍ଲାରୁ ରହିଛନ୍ତି । ଏମାନଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୭ ଜଣ ରହିଛନ୍ତି ।

ସେହିଭଳି କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି । ସେହିଭଳି ଓଡ୍ରାଫ୍/ଏନଡିଆରଏଫ/ଅଗ୍ନିଶମ ସେବାର ୫୪ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏହି କର୍ମଚାରୀମାନେ ଅମ୍ଫାନ୍‌ର ଡ୍ୟୁଟି ସାରି ଫେରିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts