Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୨୨୫ କରୋନା ସଂକ୍ରମିତ, ୩୭୨୩କୁ ବୃଦ୍ଧି ପାଇଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

13/06/2020 at 10:02 AM

ଭୁବନେଶ୍ବର ୧୩।୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୨୨୫ ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୯୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts