Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି

14/06/2020 at 10:05 AM

ଭୁବନେଶ୍ବର ୧୪।୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ଖୋର୍ଦ୍ଧା ଜିଲ୍ଲାରୁ ୨୧ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୧୨ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୫ ଜଣ, ବରଗଡ ଜିଲ୍ଲାରୁ ୧୬ ଜଣ, କନ୍ଧମାଳ ଜିଲ୍ଲାରୁ ୨୨ ଜଣ, କଳାହାଣ୍ଡି ୧୬ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ରହିଛନ୍ତି । ସେହିଭଳି ଓଡ୍ରାଫ୍/ଏନଡିଆରଏଫ/ଅଗ୍ନିଶମ ସେବାର ୧୩ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏହି କର୍ମଚାରୀମାନେ ପଶ୍ଚିମବଙ୍ଗରୁ ଅମ୍ଫାନ୍‌ର ଡ୍ୟୁଟି ସାରି ଫେରିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts