Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି

15/06/2020 at 10:27 AM

ଭୁବନେଶ୍ବର ୧୫।୦୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୪୬କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୫୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ନୟାଗଡ ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଅନୁଗୁଳ ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୪୮ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିଭଳି ଓଡ୍ରାଫ୍/ଏନଡିଆରଏଫ/ଅଗ୍ନିଶମ ସେବାର ୯ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏହି କର୍ମଚାରୀମାନେ ପଶ୍ଚିମବଙ୍ଗରୁ ଅମ୍ଫାନ୍‌ର ଡ୍ୟୁଟି ସାରି ଫେରିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts