Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୫ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮କୁ ବୃଦ୍ଧି

17/06/2020 at 10:16 AM

ଭୁବନେଶ୍ବର ୧୭।୦୬: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଜି ୧୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୦୮ ସଂକ୍ରମିତଙ୍କ ମଧ୍ୟରୁ ମୟୁରଭଞ୍ଜରୁ ୫ଜଣ, ଖୋର୍ଦ୍ଧାରୁ ୨୫ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ , ବାଲେଶ୍ୱର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, ବରଗଡ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ ରହିଛନ୍ତି । ଏହାସହ ୨୧ ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏମାନେ ଅମ୍ଫାନ୍ ପୁନଃରୁଦ୍ଧାର କାମ ସାରି ପଶ୍ଚିମବଙ୍ଗରୁ ଫେରିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts