Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ୧୬୫ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି

19/06/2020 at 10:07 AM

ଭୁବନେଶ୍ବର ୧୯।୦୬: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଜି ୧୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୭୪ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଜୟପୁରରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪୧ଜଣ, ଗଜପତି ଜିଲ୍ଲାରୁ ୨୮ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ଜଣ ରହିଛନ୍ତି । ଏହାସହ ୧୧ ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏମାନେ ଅମ୍ଫାନ୍ ପୁନଃରୁଦ୍ଧାର କାମ ସାରି ପଶ୍ଚିମବଙ୍ଗରୁ ଫେରିଥିଲେ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୬୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts