Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୯ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬କୁ ବୃଦ୍ଧି

20/06/2020 at 10:21 AM

ଭୁବନେଶ୍ବର ୨୦।୬: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୯ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୭୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ ଜଣ, କଟକ ଜିଲ୍ଲାରୁ ୧୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ଜଣ, ଅନୁଗୋଳ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ରାୟଗଡ଼ା ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଏବଂ ଦେବଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts