ରାଜ୍ୟରେ ସର୍ବାଧିକ ୩୦୪ କରୋନା ସଂକ୍ରମିତ ଚିହ୍ନଟ, ୫ ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | June 21, 2020 IST

ଭୁବନେଶ୍ବର ୨୧।୬: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୩୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

{"id":289206,"sizeSlug":"large"}

ଚିହ୍ନଟ ହୋଇଥିବା ୩୦୪ ସଂକ୍ରମିତଙ୍କ ମଧ୍ୟରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୪୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୫ ଜଣ, ବାଲେଶ୍ବର ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, ଭଦ୍ରକ ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ୧୪ ଜଣ, ଯାଜପୁର ଜିଲ୍ଲାରୁ ୨୧ ଜଣ, ଗଞ୍ଜାମ ଜିଲ୍ଲାରୁ ୪୦ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୫ ଜଣ ରହିଛନ୍ତି ।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

ଆହୁରି ପଢନ୍ତୁ...ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ବରଗଡ ଜିଲ୍ଲାରେ ପ୍ରଥମ ମୃତ୍ୟୁ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.